Header ADS

ଅଭିନେତା ମିହିର ଦାସଙ୍କ ସାନ ପୁଅ ଅକ୍ଲାନ୍ତ ଦାସଙ୍କ ପରଲୋକ

 


କଟକ - ୨୫/୦୧/୨୩ :
-  ଦିବଂଗତ ଅଭିନେତା ମିହିର ଦାସଙ୍କ ସାନ ପୁଅ ଅକ୍ଲାନ୍ତ ଦାସଙ୍କ ପରଲୋକ ହୋଇଛି । ଗତକାଲି ରାତିରେ ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଥିବା ସୂଚନା ମିଳିଛି । ମାତ୍ର ୨୬ ବର୍ଷ ବୟସରେ ଅକ୍ଲାନ୍ତ ଦାସଙ୍କ ପରଲୋକ ହୋଇଛି । ଅକ୍ଲାନ୍ତ ଗତ କିଛି ଦିନ ହେବ ଲିଭର ଜନିତ ରୋଗରେ ଆକ୍ରାନ୍ତ ଥିଲେ । ତାଙ୍କୁ ଭୁବନେଶ୍ୱର ଏମ୍ସ ଡାକ୍ତରଖାନାରେ ଚିକିତ୍ସା କରାଯାଉଥିଲା । ଗତ ମାସେ ହେଲା ଅକ୍ଲାନ୍ତ ଏମ୍ସରେ ଭର୍ତ୍ତି ହୋଇଥିବା ବେଳେ ଗତକାଲି ଚିକିତ୍ସିତ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି । ପରଲୋକ ହେବା ପରେ ତାଙ୍କୁ ପରିବାର ପକ୍ଷରୁ ଏମ୍ସରୁ ଅଣାଯାଇ କଟକର ସତୀଚଉରାରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି ।

Post a Comment

Previous Post Next Post
Header ADS