ଭୁବନେଶ୍ଵର, ୧୩/୦୪/୨୩ :- ହରିଶ୍ଚନ୍ଦ୍ର ସହାୟତା ରାଶିରେ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରତି ପଞ୍ଚାୟତରେ ପାଇଁ ୧୫ ହଜାର ଟଙ୍କାର ରିଭଲଭିଂ ଫଣ୍ଡ ।ଗରିବ ଲୋକମାନେ ଯେପରି ତାଙ୍କ ପ୍ରିୟଜନଙ୍କ ଅନ୍ତେଷ୍ଟିକ୍ରିୟା ସଂପାଦନରେ କୌଣସି ଅସୁବିଧାର ସମ୍ମୁଖୀନ ନହୁଅନ୍ତି, ତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆରମ୍ଭ କରିଛନ୍ତି ହରିଶ୍ଚନ୍ଦ୍ର ସହାୟତା ଯୋଜନା । ଏହି ଯୋଜନାରେ ଅନ୍ତେଷ୍ଟି ପାଇଁ ଗ୍ରାମାଞ୍ଚଳରେ ଦୁଇ ହଜାର ଟଙ୍କା ଓ ସହରାଞ୍ଚଳରେ ତିନି ହଜାର ଟଙ୍କା ସହାୟତା ମିଳୁଥିଲା ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏହା ସହାୟତାକୁ ଗ୍ରାମାଞ୍ଚଳ ପାଇଁ ଦୁଇ ହଜାରରୁ ତିନି ହଜାର ଟଙ୍କା ଏବଂ ସହରାଞ୍ଚଳ ଓ ପୁରୀ ସ୍ବର୍ଗଦ୍ବାର ପାଇଁ ତିନି ହଜାରରୁ ଚାରି ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଏଥିନିମନ୍ତେ ପ୍ରତ୍ୟେକ ଗ୍ରାମପଞ୍ଚାୟତରେ ଏକ ରିଭଲଭିଂ ଫଣ୍ଡ ଖୋଲାଯାଇ ଏଥିପାଇଁ ୧୫ ହଜାର ଟଙ୍କା ଲେଖାଏ ଅର୍ଥ ପ୍ରଦାନ କରାଯାଇଛି।
إرسال تعليق