Header ADS

ବାଲେଶ୍ବରର ପ୍ରସିଦ୍ଧ ପଞ୍ଚଲିଙ୍ଗେଶ୍ବର ମନ୍ଦିରର ହେବ ରୂପାନ୍ତର,ଖର୍ଚ୍ଚ ହେବ ୧୫.୫୮ କୋଟି ଟଙ୍କା



ନୀଳଗିରି, ୦୮/୦୮ :-
ବାଲେଶ୍ବରର ପ୍ରସିଦ୍ଧ ଶୈବପୀଠ ପଞ୍ଚଲିଙ୍ଗେଶ୍ବର ମନ୍ଦିରର ଉନ୍ନତିକରଣ, ପାରିପାର୍ଶ୍ବିକ ବିକାଶ ଓ ସୌନ୍ଦର୍ଯ୍ୟକରଣ କରାଯିବ। ୫-ଟି ଉପକ୍ରମରେ ସମଗ୍ର ପୀଠର ହେବ ରୂପାନ୍ତର। ଏଥିପାଇଁ  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ  ୧୫ କୋଟି ୫୮ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି ।

ଚଳିତ ବର୍ଷ ଜୁନ୍ ମାସ ୨୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ବାଲେଶ୍ବର ଗସ୍ତ କରି ପଞ୍ଚଲିଙ୍ଗେଶ୍ବର ମନ୍ଦିର ପରିଦର୍ଶନ କରିଥିଲେ । ମନ୍ଦିରର ସେବାୟତ, ପରିଚାଳନା କମିଟି ସଦସ୍ୟ ଓ ସ୍ଥାନୀୟ ଲୋକଙ୍କ ସହିତ ଆଲୋଚନା କରିବା ପରେ ଏହାର ରୂପାନ୍ତର ପାଇଁ ମାଷ୍ଟରପ୍ଲାନ ପ୍ରସ୍ତୁତ କରିବା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ।  

ତେବେ  ମାଷ୍ଟରପ୍ଲାନ ଅନୁଯାୟୀ ସଂପୂର୍ଣ୍ଣ ପ୍ରକଳ୍ପକୁ ୪ଟି ଜୋନ୍‌ରେ ବିଭକ୍ତ କରାଯାଇ ବିକଶିତ କରାଯିବ। ଏହି ୪ଟି ଜୋନ୍‌ ହେଲା - ବଡମ୍ବା ମନ୍ଦିର, ପଞ୍ଚଲିଙ୍ଗେଶ୍ବର ମନ୍ଦିର ଓ ଜଳପ୍ରପାତ ଅଞ୍ଚଳ, ସପିଂ କମ୍ପ୍ଲେକ୍‌ସ ଓ ପାର୍କ ଏବଂ ପାନ୍ଥଶାଳା ଅଞ୍ଚଳ। 


ଜୋନ୍‌-୧ରେ  ହେବ ବଡମ୍ବା ମନ୍ଦିରରେ ଭକ୍ତ ମାନଙ୍କ ପାଇଁ ଅଧିକ ସୁବିଧା କରାଯାଇ ପଥର ପାହାଚ, ବେଞ୍ଚ, ୱାଚ ଟାୱାର, ବସିବା ସ୍ଥାନ, ଗ୍ରନାଇଟର ଚଲାପଥ ଆଦି ବିକଶିତ କରାଯିବ। 

ଜୋନ୍‌-୨ରେ ହେବ ପଞ୍ଚଲିଙ୍ଗେଶ୍ବର ମନ୍ଦିର ଓ ଜଳପ୍ରପାତ ଅଞ୍ଚଳର ବିକାଶ । ପୁରା ମନ୍ଦିରର ପୁନର୍ବିକାଶ ସହିତ ଗୁମ୍ଫା ଓ ଯଜ୍ଞ ମଣ୍ଡପକୁ ପ୍ରବେଶ ପଥ ନିର୍ମାଣ । ପୂଜାର୍ଚ୍ଚନା  ସ୍ଥାନର ପରିବର୍ଦ୍ଧନ କରାଯାଇ ସୌନ୍ଦର୍ଯ୍ୟକରଣ  ଏହାଛଡା ଅତିରିକ୍ତ ଶୌଚାଳୟ ମଧ୍ୟ ନିର୍ମାଣ କରାଯିବ।

ଜୋନ୍‌-୩ ରେ ହେବ ସପିଂ କମ୍ପ୍ଲେକ୍‌ସ ନିର୍ମାଣ କରାଯିବ ଏବଂ ଭକ୍ତ ଓ ପର୍ଯ୍ୟଟକ ମାନଙ୍କ ପାଇଁ ପାର୍କ ଓ ଅନ୍ୟାନ୍ୟ ସୁବିଧାର ବିକାଶ କରାଯିବ। 

ଏଥି ସହିତ ଜୋନ୍‌-୪ ରେ ହେବ ପାନ୍ଥଶାଳା ଅଞ୍ଚଳରେ ଗାଡିମଟର ପାର୍କିଂ ତଥା ପିକ୍‌ନିକ୍‌ ପାଇଁ ପିଣ୍ଡିର  ବ୍ୟବସ୍ଥା , ଫୁଡକୋର୍ଟ, ଜଳକ୍ରୀଡା ଓ ପିଲାମାନଙ୍କ ଖେଳ ପାଇଁ ସୁବିଧା କରାଯିବ। 


ତେବେ ପଞ୍ଚଲିଙ୍ଗେଶ୍ବର ମନ୍ଦିର ରାଜ୍ୟର ଏକ ପ୍ରସିଦ୍ଧ ଧାର୍ମିକ ପର୍ଯ୍ୟଟନ ସ୍ଥଳୀ। ଜଙ୍ଗଲ, ପାହାଡ, ଜଳପ୍ରପାତ ଆଦିର ମନୋରମ ପରିବେଶ ମନ୍ଦିର ପରିସରକୁ ଅଧିକ ଆକର୍ଷଣୀୟ କରି ଗଢିତୋଳିଛି। ପ୍ରତିଦିନ ବିଭିନ୍ନ ସ୍ଥାନରୁ ଶହ ଶହ ପର୍ଯ୍ୟଟକ ଏ ପୀଠକୁ ଆସି ଆଧ୍ୟାତ୍ମିକ ତଥା ମାନସିକ ଶାନ୍ତି ଲାଭ କରିଥାନ୍ତି। ଏ ପୀଠର ବିକାଶ ଅଧିକ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାରେ ସଫଳ ହେବ।


ନୀଳଗିରି ରୁ ଧର୍ମେନ୍ଦ୍ର ମହାକୁଡ ଙ୍କ ରିପୋର୍ଟ 

Post a Comment

Previous Post Next Post
Header ADS