ଓଡ଼ିଶା ଆଦର୍ଶ ବ୍ୟୁର ,୧୯/୧୦ :- ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଦାୟିତ୍ୱ ନେବେ ରଘୁବର ଦାସ । ଏନେଇ ରାଷ୍ଟ୍ରପତି ଭବନରୁ ବିଜ୍ଞପ୍ତି ଜାରି ହୋଇଛି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଥିବାବେଳେ ରଘୁବର ଦାସ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଦାୟିତ୍ୱ ତୁଲାଇବେ ।ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ହେଉଛନ୍ତି ରଘୁବର ଦାସ। ସେ ୫ ଥର ନିର୍ବାଚିତ ହୋଇଛନ୍ତି । ରଘୁବର ଦାସ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ମଧ୍ଯ ।ପ୍ରଥମ ଅଣଆଦିବାସୀ ମୁଖ୍ୟମନ୍ତ୍ରୀ ହେଉଛନ୍ତି ରଘୁବର ଦାସ । ୨୦୧୪ରୁ ୨୦୧୯ ଯାଏଁ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ସମ୍ଭାଳିଛନ୍ତି ରଘୁବର ଦାସ ।
Post a Comment