Header ADS

ଆଜି ପବିତ୍ର ଧନୁ ସଂକ୍ରାନ୍ତି।

 


ଓଡ଼ିଶା ଆଦର୍ଶ ବ୍ୟୁରୋ, ୧୬/୧୨ :- ପୌଷ ମାସର ପ୍ରଥମ ଦିନ ଧନୁ ସଂକ୍ରାନ୍ତି ଭାବେ ପାଳନ କରାଯାଏ ।ଏହା ପ୍ରାୟତଃ ଡିସେମ୍ବର ୧୪ ବା ୧୫ ତାରିଖରେ ପଡ଼େ । ଏହି ଦିବସଠାରୁ ପୁରୀ ଶ୍ରୀମନ୍ଦିରରେ ଶ୍ରୀଜଗନ୍ନାଥଙ୍କ ପହିଲି ଭୋଗ ଆରମ୍ଭ ହୋଇ ଉତ୍ତରାୟଣ ସଂକ୍ରାନ୍ତି ବା ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଚାଲିଥାଏ।ପ୍ରଭାତୀ କୀର୍ତ୍ତନ ବନ୍ଦ ରହେ I ପୌଷ ମାସର ପବିତ୍ରତା ଯୋଗୁଁ ପୁଷ୍ୟାଭିଷେକ ଅନୁଷ୍ଠିତ ହୁଏ । ଏହି ସଂକ୍ରାନ୍ତିର ସ୍ୱରୂପ ବର୍ଣ୍ଣନା କରି ପଞ୍ଜିକାକାର କହନ୍ତି ଏ ସଂକ୍ରାନ୍ତିର ନାମ ମହୋଦରୀ । ଏ ମାସର ସଂକ୍ରାନ୍ତି ପୁରୁଷ ପଶୁ ଜାତି, ପୌଢା ବୟସ, ରକ୍ତବସ୍ତ୍ର ପରିଧାନ କରି ଗୋରଚନା ଲେପନ ଓ ବେଲପତ୍ର ଭୂଷିତ ହୋଇ ଦୁର୍ମୁଖାବସ୍ଥାରେ ସୀସା ଆସି, ପୂର୍ବ ଦିଗକୁ ଦୃଷ୍ଟି ଦେଇ ଦକ୍ଷିଣ ଦିଗକୁ ଗମନ କରିବେ । ପୁଷ ମାସରେ ଧାନ ଅମଳ ପରେ 'ଉଖୁଡା'ବା 'ମୁଆଁ'ର ପ୍ରସ୍ତୁତି ଓଡ଼ିଆ ଚଳଣିର ଏକ ବିଶେଷତ୍ୱ । ଧନୁ ସଂକ୍ରାନ୍ତିର ପ୍ରସିଦ୍ଧି ମୁଆଁ ଭୋଗ ପାଇଁ । ଧନୁ ସଂକ୍ରାନ୍ତି ଦିନ ମୁଆଁକୁ ଠାକୁରଙ୍କ ପାଖରେ ଭୋଗ ଲଗାଯାଏ ।

Post a Comment

Previous Post Next Post
Header ADS