Header ADS

ଆଜି ହେଉଛି ଭାଗବତ ଜନ୍ମ।




ଓଡ଼ିଶା ଆଦର୍ଶ ବ୍ୟୁରୋ :- ଆଜି ଭାଦ୍ରବ ପୂର୍ଣ୍ଣିମା ତଥା ଭାଗବତ ଜନ୍ମ। ପୌରାଣିକ କଥା ଅନୁସାରେ ମୃତ୍ୟୁ ଭୟରୁ ରାଜା ପରୀକ୍ଷିତଙ୍କୁ ଉଦ୍ଧାର କରିବାକୁ ଶୁକମୁନି ତାଙ୍କୁ ଭଗବାନ ଶ୍ରୀକୃଷ୍ଣଙ୍କର ଯେଉଁ ଅମୃତ ଆଖ୍ୟାନ ସାତଦିନ ଧରି ଶୁଣାଇଥିଲେ ତାହା ହେଉଛି "ଶ୍ରୀମଦ୍‌ଭାଗବତ" । ବ୍ୟାଖ୍ୟାକାରମାନଙ୍କ କଥନରେ ଏବଂ ଲୋକ ପରମ୍ପରାରେ ପ୍ରଚଳିତ ଅଛି, ଯେ ରାଜା ପରୀକ୍ଷିତଙ୍କୁ ଶୁକମୁନି ଭାଦ୍ରବ ଶୁକ୍ଳ ନବମୀ ଦିନ ଭଗବାନଙ୍କର ସେହି ଅମୃତ ଆଖ୍ୟାନ ଶୁଣାଇବା ଆରମ୍ଭ କରିଥିଲେ ଏବଂ ତାହା ଭାଦ୍ରବ ପୂର୍ଣ୍ଣିମା ଦିନ ସଂପୂର୍ଣ୍ଣ ହୋଇଥିଲା। ସେଇଥିପାଇଁ ‘ଭାଦ୍ରବ ପୂର୍ଣ୍ଣମୀ’କୁ ‘ଭାଗବତ ଜନ୍ମ’ ଭାବରେ କାହିଁ କେଉଁ କାଳରୁ ପାଳନ କରାଯାଉଛି।

ଶ୍ରୀମଦ ଭାଗବତ ଭଗବାନଙ୍କ ମୁଖ ନିସୃତବାଣୀ ବୋଲି ସମସ୍ତେ ପ୍ରାୟତଃ ଜାଣନ୍ତି । ଭାଗବତ ପାଠ କଲେ ସମସ୍ତ ପାପ ତାପ ଦୂର ହୋଇଥାଏ ବୋଲି ବିଶ୍ୱାସ ରହିଆସିଛି। ଭାଗବତରେ ଭଗବାନଙ୍କ ଲୀଳା, ରୂପ, ଧାମ ଓ ମାହାତ୍ମ୍ୟ ଆଦିର ବର୍ଣ୍ଣନା କରାଯାଇଛି । ଭଗବାନ ଅନେକ ରୂପ ଧାରଣ କରି ନାନା ପ୍ରକାର ଲୀଳା କରନ୍ତି । ଭାଗବତ କଥା ଶ୍ରବଣରେ ସମସ୍ତ ପ୍ରକାର ଅଶୁଭ ତଥା ଯାବତୀୟ ଦୁଃଖ ତଥା ବହୁବିଧ ବିଘ୍ନ ଦୂର ହୋଇଥାଏ । ମହର୍ଷି ବ୍ୟାସଦେବଙ୍କ କୃତ ଶ୍ରୀମଦ୍ ଭାଗବତ ସଂସ୍କୃତ ଭାଷାରେ ଧର୍ମୋପନିଷେଦ ମଧ୍ୟରେ ଏକ ସର୍ବୋକଷ୍ଟ ପରିଣତି । ଏହାର ଆଧ୍ୟାତ୍ମିକ ମୂଲ୍ୟବୋଧ ତଥା ଏଥିରେ ବର୍ଣ୍ଣିତ ସାଧନା ଭକ୍ତି, ଜ୍ଞାନ, ବୌରାଗ୍ୟ, ସମାଜ ଗଠନ ପ୍ରଣାଳୀ ପ୍ରଭୃତି ସମଗ୍ର ବିଶ୍ଵ ପାଇଁ ଅତ୍ୟନ୍ତ ଉପାଦେୟ । ମାନବର କଲ୍ୟାଣ ନିମନ୍ତେ ବ୍ୟାସଦେବ ଏହି ଗ୍ରନ୍ଥକୁ ରଚନା କରିଥିଲେ। ଏହି ଦୃଷ୍ଟିରୁ ଶ୍ରୀମଦ ଭାଗବତ ଗ୍ରନ୍ଥ ସାକ୍ଷାତ ଭଗବାନଙ୍କର ପରମ ମଙ୍ଗଳମୟ ମୂର୍ତ୍ତି ବୋଲି କୁହାଯାଏ।

Post a Comment

أحدث أقدم
Header ADS