ଜଳେଶ୍ଵର,୨୮/୯(ଓଡ଼ିଶା ଆଦର୍ଶ):ବାଲେଶ୍ବର ଜିଲ୍ଲାରେ ମର୍ମନ୍ତୁଦ ଦୁର୍ଘଟଣା । ଭାରସାମ୍ୟ ହରାଇ ୨୦ ଫୁଟ ତଳକୁ ଖସିଲା ତୀର୍ଥଯାତ୍ରୀ ବସ । ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ, ୪୩ ଜଣ ଆହତ । ୧୭ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସମସ୍ତଙ୍କୁ ବାଲେଶ୍ବର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି ।ବର୍ତ୍ତମାନର ସବୁଠାରୁ ବଡ଼ଖବର ଯାହା ସାମ୍ନାକୁ ଆସୁଛି ବାଲେଶ୍ବର ଜିଲ୍ଲାରେ ମର୍ମନ୍ତୁଦ ଦୁର୍ଘଟଣା । ଭାରସାମ୍ୟ ହରାଇ ୨୦ ଫୁଟ ତଳକୁ ଖସିଲା ତୀର୍ଥଯାତ୍ରୀ ବସ । ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪୩ ଜଣ ଆହତ ହୋଇଛନ୍ତି । ୧୭ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସମସ୍ତଙ୍କୁ ବାଲେଶ୍ବର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ମୃତକଙ୍କ ମଧ୍ୟରେ ଜଣେ ମହିଳା ଓ ତିନି ପୁରୁଷ ଯାତ୍ରୀ ରହିଛନ୍ତି । ଜଳେଶ୍ବର ୬୦ ନମ୍ବର ଜାତୀୟ ରାଜପଥ ଏକତାଳି ନିକଟରେ ଘଟିଛି ଏହି ମର୍ମନ୍ତୁଦ ଦୁର୍ଘଟଣା ।
إرسال تعليق