ତାମିଲନାଡୁ ରେ ବାତ୍ୟା,
ଓଡ଼ିଶାରେ ୨ଯାଏଁ ବର୍ଷିବ
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ଆଗାମୀ ୨୪ ଘଣ୍ଟା ଭିତରେ ରାଜ୍ୟରେ ହାଲ୍କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଉପକୂଳ ଓଡ଼ିଶା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, କଟକ, ଯାଜପୁର, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପ ବର୍ଷା ହୋଇପାରେ। ଏଥିସହ ପାଗ ମେଘୁଆ ରହିବାର ସମ୍ଭାବନା ରହିଛି।
ଠିକ୍ ସେହିପରି ୩୦ ଓ ୧ତାରିଖରେ ମଧ୍ୟ କିଛି ଜିଲ୍ଲାରେ ହାଲ୍କାରୁ ମଧ୍ୟମ ଧରଣରବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳ ଓଡ଼ିଶାରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, କଟକ, ଯାଜପୁର, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ପାଗ ମେଘୁଆ ରହିବା ସହିତ ଗୋଟିଏରୁ ଦୁଇଟି ସ୍ଥାନାରେ ସ୍ୱଳ୍ପ ବର୍ଷା ହେବାର ସମ୍ଭାବନା ରହିଛି।
୨ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲ୍କା ବର୍ଷା ହେବାର ସମ୍ଭାବନା ରହିଛି। ତା’ସହ ପାଗ ମେଘୁଆ ରହିପାରେ। ଭୁବନେଶ୍ୱରରେ କିଛି କିଛି ସ୍ଥାନରେ ହାଲ୍କା ବର୍ଷା ହେବାର ସମ୍ଭାବନା ରହିଛି।
Post a Comment