୩୧ ଆଉ ୧ରେ ସିଂହଦ୍ଵାର ଦେଈ ବଡ଼ଦେଉଳକୁ ପଶିବେ ଭକ୍ତ
ଶୃଙ୍ଖଳିତ ଦର୍ଶନ ପାଇଁ ମାର୍କେଟ ଛକ ପର୍ଯ୍ୟନ୍ତ ବ୍ୟାରିକେଡ୍ କରାଯାଇଛି। ତେବେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜାରି ହୋଇଥିବା ସୂଚନା ଅନୁଯାୟୀ, ଆସନ୍ତା ଡିସେମ୍ବର ୩୧ ଓ ଜାନୁଆରୀ ୧ ତାରିଖରେ ଭକତମାନେ କେବଳ ସିଂହଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ।
ସୂଚନା ଅନୁଯାୟୀ, ଭକ୍ତ କେବଳ ସିଂହଦ୍ୱାର ଦେଇ ପ୍ରବେଶ କରିବେ। ଅନ୍ୟ ୩ ଦ୍ୱାର ଦେଇ ପ୍ରବେଶ ଅନୁମତି ଦିଆଯିବ ନହିଁ। ହେଲେ ଅନ୍ୟ ଦ୍ବାରା ଦେଇ କେବଳ ପ୍ରସ୍ଥାନ କରିହେବ। ନୂଆବର୍ଷରେ ଭିଡ଼ ନିୟନ୍ତ୍ରଣ ପାଇଁ ପୁରୀରେ ୬୦ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି। ଦୁଇ କମାଣ୍ଡାଣ୍ଟ ରାଙ୍କର ଅଧିକାରୀଙ୍କ ସମେତ ୧୦ ଅତିରିକ୍ତ ଏସ୍ପି, ୩୩ ଡିଏସ୍ପିଙ୍କ ସମେତ ୬୨ ଇନ୍ସପେକ୍ଟର, ୨୪୫ ସବ୍ ଇନ୍ସପେକ୍ଟର ଓ ଆସିଷ୍ଟାଣ୍ଟ ସବ୍ ଇନ୍ସପେକ୍ଟର, ୩୦ ହାବିଲଦାର, ୨୯୦ ଜଣ କନଷ୍ଟେବଳ ମୁତୟନ ହୋଇଛନ୍ତି। ତେବେ ଶ୍ରୀମନ୍ଦିର ପରିସରରେ ୨ ଭାଗରେ ପୁଲିସ ମୁତୟନ ହୋଇଛନ୍ତି।
ତେବେ ନୂଆବର୍ଷରେ ବିଭିନ୍ନ ସ୍ଥାନରୁ ଆସୁଥିବା ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ସହିତ ଭିଡ ନିୟନ୍ତ୍ରଣ ଓ ଶୃଙ୍ଖଳା ଉପରେ ସ୍ଵତନ୍ତ୍ର ଧ୍ୟାନ ଦିଆଯାଉଥିବା କେନ୍ଦ୍ରାଞ୍ଚଳ ଡିଆଇଜି ଚରଣ ସିଂହ ମିନା ସୂଚନା ଦେଇଛନ୍ତି।
إرسال تعليق