Header ADS

ସରକାରୀ ବାସ ଭବନରେ ବେକରେ ରସି ଲଗାଇ କର୍ମଚାରୀଙ୍କ ଆତ୍ମହତ୍ୟା।

 ସରକାରୀ ବାସ ଭବନରେ ବେକରେ ରସି ଲଗାଇ କର୍ମଚାରୀଙ୍କ ଆତ୍ମହତ୍ୟା। 

        


କନ୍ଧମାଳ, ୧/୧୨(ସନ୍ଦୀପ କୁମାର ନାୟକ ): ସରକାରୀ ବାସଭବନରେ ଦଉଡ଼ି ଦେଇ କର୍ମଚାରୀଙ୍କ ଆତ୍ମହତ୍ୟା । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଫୁଲବାଣୀ ଉଦ୍ୟାନ ବିଭାଗରେ । ମୃତକ ଫୁଲବାଣୀ ଉଦ୍ୟାନ ବିଭାଗ କର୍ମଚାରୀ ବିଜୟ କୁମାର ନାୟକ ହୋଇଥିବା ଜଣାପଡ଼ିଛି । ଘଟଣାସ୍ଥଳରେ ଫୁଲବାଣୀ ଟାଉନ୍ ଥାନା ପୁଲିସର ପହଞ୍ଚି ଶବ ଉଦ୍ଧାର କରି ବ୍ୟବଛେଦ ପାଇଁ ପଠାଇବା ସହ  ତଦନ୍ତ ଆରମ୍ଭ ‌କରିଛି । ସେପଟେ ବିଜୟଙ୍କ ଆତ୍ମହତ୍ୟା ଘଟଣାକୁ ସହଜରେ ବିଶ୍ବାସ କରିପାରୁନାହାନ୍ତି ପରିବାର ଲୋକେ । ସେପଟେ ମୃତକଙ୍କ ପୁଅ ଆଣିଲେ ହତ୍ୟା ଅଭିଯୋଗ । ସୂଚନା ପ୍ରକାରେ ଗତକାଲି ଅପରାହ୍ନରେ ମୃତକ ବିଜୟ କୁମାର ନାୟକ ନିଜ ଝିଅ ଓ ସ୍ତ୍ରୀଙ୍କ ସହ ଫୋନରେ କଥା ହେବା ସହ ପୁଅ ପାଖକୁ ଅନ୍ ଲାଇନରେ ଦୁଇ ହଜାର ଟଙ୍କା ପଠାଇଥିଲେ । ଏଥିସହିତ ସେ ରାତିରେ ବସରେ ଭୁବନେଶ୍ୱର ଯିବେ ଏବଂ ସେଠାରୁ ଭଦ୍ରକ ନିଜ ଗାଁ କୁ ଯିବେ ବୋଲି ସ୍ତ୍ରୀ ଙ୍କୁ କହିଥିଲେ । କିନ୍ତୁ ଅପରାହ୍ନ ୪ଟା ୧୫ ମିନିଟ୍ ସମୟରେ ବିଜୟ ନିଜ ସରକାରୀ ବାସ ଭବନରେ ଦଉଡ଼ି ଦେଇ ଆତ୍ମହତ୍ୟା କରିଥିବା ଖବର ସ୍ତ୍ରୀ ବାସନ୍ତୀ ନାୟକଙ୍କୁ ଜଣାଇଥିଲେ ଉଦ୍ୟାନ କୃଷି ନିର୍ଦ୍ଦେଶକ । ଆଜି ପରିବାର ଲୋକେ ଫୁଲବାଣୀ ପହଁଚିବା ପରେ ପୋଲିସ୍ ଶବକୁ ଉଦ୍ଧାର କରି ବ୍ୟବଛେଦ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି । ଅନ୍ୟପଟେ ପାରିବାର ପକ୍ଷରୁ ହୋଇଥିବା ଅଭିଯୋଗକୁ ଭିତ୍ତି କରି ଅଧିକ ତଦନ୍ତ ଚଳାଇଛି ପୋଲିସ।

Post a Comment

أحدث أقدم
Header ADS