ବାଲିଗୁଡାରେ ଉଚ୍ଚ ଶିକ୍ଷା, କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ
ବାଲିଗୁଡା,୧୭/୧( ସନ୍ଦୀପ କୁମାର ନାୟକ ):କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ରେ ଉଚ୍ଚ ଶିକ୍ଷା,କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀ ସୂର୍ଯ୍ୟାବଂଶୀ ସୁରଜ। ବାଲିଗୁଡା ବିଜୁପଟ୍ଟନାୟକ ମିନିଷ୍ଟାଡିୟମ ଠାରେ ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ,କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀ ସୁଯ୍ୟବଂଶୀ ସ୍ୱରାଜ ଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଲେ ବାଲିଗୁଡା ବିଜେପି ଓ ବାଲିଗୁଡା ଅଞ୍ଚଳବାସୀ । ଶୁକ୍ରବାର ଦିନ ଦୁଇ ଘଣ୍ଟିକା ସମୟରେ କିଛି ସମୟ ପାଇଁ ବିଜୁପଟ୍ଟନାୟକ ମିନି ଷ୍ଟାଡିୟମରେ ରହିଥିଲେ ଏବଂ କ୍ରୀଡା ଓ କ୍ରୀଡାବିତଙ୍କ ବିକାଶ ନିମନ୍ତେ ବାଲିଗୁଡ଼ା ଉପଖଣ୍ଡ କ୍ରୀଡା ସଂସଦର ସଦସ୍ୟ ଙ୍କ ସହ ଆଲୋଚନା କରିଥିବା ଦେଖିବାକୁ ମିଳିଛି। ଆଦିବାସୀ ମହାବିଦ୍ୟାଳୟର ଛାତ୍ର ଛାତ୍ରୀ ମାନେ ପୁଷ୍ପଗୁଛ ଓ ଉତ୍ତରୀୟ ଦେଇ ସ୍ୱାଗତ ଜଣେଇଥିଲେ।ଏହି କାର୍ଯ୍ୟକ୍ରମ ରେ ବିଜେପି ଜିଲ୍ଲା ସଭାପତି ଜଗନ୍ନାଥ ସାହୁ, ବାଲିଗୁଡ଼ା ଏନ୍ ଏସି ସାଂସଦ ପ୍ରତିନିଧି ଆଦିକନ୍ଦ ପଟ୍ଟନାୟକ, ବ୍ଲକ ସାଂସଦ ପ୍ରତିନିଧି ରଞ୍ଜିତ କୁମାର ସାହୁ , ନଗର ସଭାପତି ମନୋଜ କୁମାର ରଥ, ଶୁଭାଶିଷ ମିଶ୍ର, ସଞ୍ଜୟ କୁମାର ଦାସଙ୍କ ସମେତ ଆଦିବାସୀ ମହାବିଦ୍ୟାଳୟର ସମସ୍ତ କର୍ମଚାରୀ, ଛାତ୍ର ଛାତ୍ରୀ ଓ ବହୁ ବିଜେପି କର୍ମୀ ଉପସ୍ଥିତ ଥିଲେ।
إرسال تعليق