ଉପଖଣ୍ଡ ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ।
ନୀଳଗିରି,୯/୧(ଓଡ଼ିଶା ଆଦର୍ଶ): ନୀଳଗିରି ଉପଖଣ୍ଡ ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ବ୍ଲକ୍ ସମ୍ମିଳନୀ କକ୍ଷରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ଉପଜିଲ୍ଲାପାଳ ଶୁଭଶ୍ରୀ ରଥ ଅଧ୍ୟକ୍ଷତା କରିଥିଲେ। ଅତିଥି ଭାବେ ବିଧାୟକ ସନ୍ତୋଷ କୁମାର ଖଟୁଆ, ତହସିଲଦାର ସୋନମ୍ ଦାସ, ବ୍ଲକ୍ ଅଦକ୍ଷା ସୁଭଲକ୍ଷ୍ମି ମାଝୀ, ଏସଡିପିଓ ସୋରଜ ଉପାଧ୍ୟାୟ ଙ୍କ ସମେତ ଏନ ଏ ସି ଅଧ୍ୟକ୍ଷ ମହେନ୍ଦ୍ର ନାଥ ବେହେରା ପ୍ରମୁଖ ଯୋଗଦେଇ ନିଜ ନିଜର ମତ ରଖିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଉପଖଣ୍ଡର ଉଚ୍ଚବିଦ୍ୟାଳୟ, କଲେଜ୍ ଓ ବିଭିନ୍ନ ବିଭାଗୀୟ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ। ଉପଜିଲ୍ଲାପାଳ ଶୁଭଶ୍ରୀ ରଥ ଜାତୀୟ ପତାକା ଉତ୍ତୋଳନ କରିବା, ଏସ ଡି ପି ଓ ପ୍ୟାରେଡରେ ଅଂଶଗ୍ରହଣ କରିବା ଏବଂ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ର ଛାତ୍ରୀଙ୍କ ମଧ୍ୟରେ ପ୍ରବନ୍ଧ, କୁଇଜ୍, ତର୍କ, ବକ୍ତୃତା, ଦେଶାତ୍ମବୋଧକ ସଙ୍ଗୀତ ଓ ଚିତ୍ରାଙ୍କନ ପ୍ରତିଯୋଗିତା ହେବା ନେଇ ନିଷ୍ପତି ନିଆଯାଇଥିଲା।
إرسال تعليق