Header ADS

ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ

 ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ



ନୀଳଗିରି,୩୦/୩(ଓଡ଼ିଶା ଆଦର୍ଶ): ଆଜିଠାରୁ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ ହୋଇଛି । କଳାହାଣ୍ଡିରୁ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୫୦ ହଜାର ଲୋକଙ୍କୁ ଯୋଜନା ସହ ଯୋଡ଼ିବେ ସରକାର । ଗରିବ ଲୋକଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନାରେ ସାମିଲ କରାଯିବ। ଭିନ୍ନକ୍ଷମ, ବିଧବା, ଦୂରାରୋଗରେ ପୀଡିତ ଥିବା ବ୍ୟକ୍ତି ଏବଂ ସହିଦ ପରିବାର ବ୍ୟକ୍ତି, ପଦ୍ମଶ୍ରୀ ପରିବାର ବ୍ୟକ୍ତି, ବନ୍ୟା ବାତ୍ୟା ଓ ଅଗ୍ନିକାଣ୍ଡ ଘଟି ଘରପୋଡି ଥିବା ବ୍ୟକ୍ତି ଏହି ଯୋଜନାରେ ସାମିଲ ହେବେ ।

                      

ଏଥିପାଇଁ ଅନଲାଇନ ଆବେଦନ ଖୋଲିବ । ଫୋନ୍ ନମ୍ବର ୦୬୭୪୬୮୧୭୭୭୭ ଏବଂ ୱେବ ପୋର୍ଟାଲ ମାଧ୍ୟମରେ ପଞ୍ଚାୟତ କାର୍ଯ୍ୟାଳୟରେ ବିଡ଼ିଓଙ୍କ ମାଧ୍ୟମରେ ପଞ୍ଜିକୃତ କରିହେବ । ବଜେଟ୍‌ରେ ରାଜ୍ୟ ଗରିବଙ୍କ ପକ୍କା ବାସ ଗୃହ ଦେବା ପାଇଁ ବଡ଼ ଲକ୍ଷ୍ୟ ରଖିଛନ୍ତି । ମୋହନ ସରକାର ବଜେଟ୍‌ରେ ଅନ୍ତୋଦୟ ଯୋଜନା ଲାଗି ୭୭୫୦ କୋଟି ଟଙ୍କା ବ୍ୟୟ ବରାଦ କରିଛନ୍ତି । ଦାରିଦ୍ର୍ୟ ସୀମାରେଖା ତଳେ ଥ‌ିବା ପରିବାରକୁ ପକ୍କା ଘର ଯୋଗାଇବାକୁ 'ଅନ୍ତୋଦୟ ଗୃହ ଯୋଜନା' ରାଜ୍ୟ ସରକାରଙ୍କ ଏକ ମହତ୍ୱାକାଂକ୍ଷୀ ଯୋଜନା ରହିଛି। ଏହା ଅଧିନରେ ଆସନ୍ତା ୩ ବର୍ଷରେ ଅତି କମ୍‌ରେ ୨ ଲକ୍ଷ ୨୫ ହଜାର ନୂତନ ପକ୍କା ଘର ମଞ୍ଜୁର କରାଯିବ । ୨୦୨୫-୨୬ରେ ୭୫ ହଜାର ଗୃହ ନିର୍ମାଣ ପାଇଁ ଲକ୍ଷ୍ୟ ରଖାଯାଇଛି। ଚଳିତ ବଜେଟ୍‌ରେ ଏଥିପାଇଁ ୨ ହଜାର ୬୦୩ କୋଟି ବ୍ୟୟ ବରାଦ ହୋଇଛି । ଏହି ଯୋଜନା ଶୁଭାରମ୍ଭ ଅବସରରେ ପଂଚାୟତରାଜ ଓ ପାନୀୟ ଜଳ ବିଭାଗ ଓଡ଼ିଶା ସରକାରଙ୍କ ପକ୍ଷରୁ ନୀଳଗିରି ଇଣ୍ଡର ଷ୍ଟାଡିୟମ ପରିସରରେ ଏକ ସଭାର ଆୟଜନ କରଯାଇଥିଲା। ଏଥିରେ ନୀଳଗିରି ବିଧାୟକ ସନ୍ତୋଷ ଖଟୁଆ ଯୋଗଦେଇ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ। ଏହି ଅବସରରେ ପ୍ରଶାସନିକ ଅଧିକାରୀ ଏବଂ ଜନ ସାଧାରଣ ବହୁସଂଖ୍ୟାରେ ଯୋଗଦେଇଥିଲେ।

Post a Comment

Previous Post Next Post
Header ADS